ମାର୍କ 14

ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ।

Mark 14:69 (UKJV) And a maid saw him again, and began to say to them that stood by, This is one of them.

67ଆଉ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ।

68କିନ୍ତୁ ସେ ଅସ୍ୱୀକାର କରି କହିଲେ, ମୁଁ ତାହାକୁ ଜାଣେ ନାହିଁ, ଆଉ ତୁମ୍ଭେ କଅଣ କହୁଅଛ, ମୁଁ ବୁଝୁ ନାହିଁ। ପରେ ସେ ଦାଣ୍ଡଦ୍ୱାରକୁ ବାହାରିଗଲେ;

69ପୁଣି, ସେହି ଦାସୀ ତାହାଙ୍କୁ ଦେଖି ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ଆଉ ଥରେ କହିବାକୁ ଲାଗିଲା, ଏ ସେମାନଙ୍କ ମଧ୍ୟରୁ ଜଣେ।

70କିନ୍ତୁ ସେ ପୁନର୍ବାର ଅସ୍ୱୀକାର କରିବାକୁ ଲାଗିଲେ। ପୁନଶ୍ଚ ଅଳ୍ପ ସମୟ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କୁ କହିଲେ, ତୁମ୍ଭେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭେ ତ ଗାଲିଲୀୟ ଲୋକ।

71କିନ୍ତୁ ସେ ଅଭିଶାପ ଦେଇ ଓ ଶପଥ କରି କହିବାକୁ ଲାଗିଲେ, ତୁମ୍ଭେମାନେ ଯେଉଁ ଲୋକର କଥା କହୁଅଛ, ମୁଁ ତାହାକୁ ଜାଣେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.