ମାର୍କ 15

କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।

Mark 15:10 (UKJV) For he knew that the chief priests had delivered him for envy.

8ତେଣୁ ଲୋକସମୂହ ଉପରକୁ ଯାଇ ତାହାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ।

9ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?

10କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।

11ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।

12କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.