10କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ।
11ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଂ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ।
12କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
13ଲୋକସମୂହ ପୁଣି, ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
14ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।