14ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ।
15ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି, ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
16ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ।
17ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।