18ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ।
19ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ଡରେ ଆଘାତ କଲେ, ଆଉ ଆଣ୍ଠୁ ମାଡ଼ି ପ୍ରଣାମ କରିବାକୁ ଲାଗିଲେ।
20ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।
21ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।
22ଆଉ ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।