ମାର୍କ 15

ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।

Mark 15:23 (UKJV) And they gave him to drink wine mingled with myrrh: but he received it not.

21ସେତେବେଳେ ଆଲେକ୍‌ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ।

22ଆଉ ସେମାନେ ତାହାଙ୍କୁ ଗଲ୍‌ଗଥା, ଅର୍ଥାତ୍‍ କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ।

23ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।

24ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।

25ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.