ମାର୍କ 15

ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।

Mark 15:26 (UKJV) And the superscription of his accusation was written over, THE KING OF THE JEWS.

24ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।

25ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ।

26ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।

27ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।

28[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.