ମାର୍କ 15

[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]

Mark 15:28 (UKJV) And the scripture was fulfilled, which says, And he was numbered with the transgressors.

26ଆଉ ତାହାଙ୍କ ଅଭିଯୋଗ ଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା।

27ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।

28[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]

29ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,

30କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.