ମାର୍କ 15

ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,

Mark 15:29 (UKJV) And they that passed by railed on him, wagging their heads, and saying, Ah, you that destroys the temple, and build it in three days,

27ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ।

28[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ।]

29ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,

30କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର।

31ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.