32ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ୱାସ କରିବା। ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
33ଦିନ ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ଦିନ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।
34ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”
35ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।
36ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।