ମାର୍କ 15

ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।

Mark 15:36 (UKJV) And one ran and filled a sponge full of vinegar, and put it on a reed, and gave him to drink, saying, Let alone; let us see whether Elijah will come to take him down.

34ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍‌ଥାନୀ?” ଅର୍ଥାତ୍‍ “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କଲ?”

35ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଅଛି।

36ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।

37କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।

38ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.