36ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ ଦେଖିବା।
37କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।
38ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।
39ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।
40କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;