ମାର୍କ 15

ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।

Mark 15:39 (UKJV) And when the centurion, which stood opposite to him, saw that he so cried out, and gave up the spirit, he said, Truly this man was the Son of God.

37କିନ୍ତୁ ଯୀଶୁ ଉଚ୍ଚସ୍ୱର କରି ପ୍ରାଣତ୍ୟାଗ କଲେ।

38ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।

39ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତ-ସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ବରଙ୍କ ପୁତ୍ର ଥିଲେ।

40କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;

41ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍‌ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.