ମାର୍କ 15

ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।

Mark 15:4 (UKJV) And Pilate asked him again, saying, Answer you nothing? behold how many things they witness against you.

2ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”

3ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।

4ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।

5କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।

6ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.