40କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;
41ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାତ୍ଗମନ କରି ତାହାଙ୍କର ସେବା କରୁଥିଲେ; ତାହାଙ୍କ ସହିତ ଯିରୂଶାଲମ ସହରକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ।
42ବେଳ ଗଡ଼ିଆସନ୍ତେ ସେହି ଦିନ ଆୟୋଜନ ଦିନ, ଅର୍ଥାତ୍ ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43ହାରାମାଥୀୟାର ଯୋଷେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସ ପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ।
44କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତ-ସେନାପତିଙ୍କୁ ନିକଟକୁ ଡକାଇ ତାହାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?