ମାର୍କ 15

କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।

Mark 15:5 (UKJV) But Jesus yet answered nothing; so that Pilate marvelled.

3ଆଉ ପ୍ରଧାନ ଯାଜକମାନେ ଯୀଶୁଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ।

4ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି।

5କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ।

6ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ।

7ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.