8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।
10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।
12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,