9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।
10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।
11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।
12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।