ମାର୍କ 16

ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,

Mark 16:12 (UKJV) After that he appeared in another form unto two of them, as they walked, and went into the country.

10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।

11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।

12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,

13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।

14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.