16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”
19ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
20କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]