1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି।
2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।
3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।
4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।
5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।