ମାର୍କ 16

ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।

Mark 16:4 (UKJV) And when they looked, they saw that the stone was rolled away: for it was very great.

2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।

3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।

4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି।

5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ।

6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.