ମାର୍କ 16

[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।

Mark 16:9 (UKJV) Now when Jesus was risen early the first day of the week, he appeared first to Mary Magdalene, out of whom he had cast seven devils.

7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ।

8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।

9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍‌ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।

10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ।

11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.