10କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ,
11“ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ।”
12ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ।
13ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
14ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।