ମାର୍କ 2

ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!

Mark 2:16 (UKJV) And when the scribes and Pharisees saw him eat with publicans and sinners, they said unto his disciples, How is it that he eats and drinks with publicans and sinners?

14ପୁଣି, ସେ ଯାଉ ଯାଉ ଆଲଫିଙ୍କ ପୁତ୍ର ଲେବୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।

15ଆଉ ଯୀଶୁ ତାହାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ, ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ ପୁଣି, ତାହାଙ୍କର ଅନୁଗମନ କରୁଥିଲେ।

16ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ-ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି!

17ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।”

18ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ। ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.