21କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ।
22ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”
23ଥରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ।
24ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,
25ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?