11ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।
12ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।
13ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
14ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
15ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ।