13ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ।
14ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,
15ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ।
16ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ।
17ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;