28ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
29କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।
30ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ।”
31ସେତେବେଳେ ତାହାଙ୍କ ମାଆ ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇ ପଠାଇଲେ।
32ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି।