ମାର୍କ 3

ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।

Mark 3:8 (UKJV) And from Jerusalem, and from Idumaea, and from beyond Jordan; and they about Tyre and Sidon, a great multitude, when they had heard what great things he did, came unto him.

6ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।

7ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,

8ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।

9ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;

10କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.