7ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,
8ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।
9ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନୌକା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;
10କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।
11ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ବରଙ୍କ ପୁତ୍ର।