19ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
20ଆଉ ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
21ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
22କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।
23ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”