25କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
26ଆହୁରି ସେ କହିଲେ, “ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
27ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ।
28ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।
29କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ।”