28ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶସ୍ୟର ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ।
29କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ।”
30ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
31ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
32ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାକଠାରୁ ବଡ଼ ହୁଏ, ପୁଣି, ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରିପାରନ୍ତି।”