33ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
34ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ। କିନ୍ତୁ ସେ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ।
35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।”
36ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।
37ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।