ମାର୍କ 5

ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।

Mark 5:17 (UKJV) And they began to pray him to depart out of their coasts.

15ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍‍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।

16ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।

17ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।

18ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା।

19କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.