41ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।”
42ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।
43ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।