1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ।
2ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ?
3ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।