16କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।
17ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।
18କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।
19ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;
20କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।