42ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
43ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।
44ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।
45ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।
46ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।