46ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।
47ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।
48ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।
49କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,
50କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।”