3ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।
4ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”
5ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ।
6ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
7ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,