ମାର୍କ 6

ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।

Mark 6:53 (UKJV) And when they had passed over, they came into the land of Gennesaret, and drew to the shore.

51ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,

52କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।

53ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ।

54ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି,

55ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.