5ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ।
6ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
7ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,
8ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;
9କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ।