1ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।
2ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ।
3ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ।