21କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ,
22ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୂର୍ଖତା;
23ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”
24ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।
25ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।