ମାର୍କ 7

ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।

Mark 7:25 (UKJV) For a certain woman, whose young daughter had an unclean spirit, heard of him, and came and fell at his feet:

23ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ।”

24ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।

25ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକୁ ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା।

26ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍‍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା।

27ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.