ମାର୍କ 7

ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।”

Mark 7:29 (UKJV) And he said unto her, For this saying go your way; the devil is gone out of your daughter.

27ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।”

28କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲ, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ଡିଗୁଣ୍ଡା ଖାଆନ୍ତି।

29ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।”

30ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।

31ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.