30ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା।
31ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।
32ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।
33ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,
34ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍ପଥଃ,” ଅର୍ଥାତ୍ “ଫିଟିଯା।”