ମାର୍କ 7

ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,

Mark 7:33 (UKJV) And he took him aside from the multitude, and put his fingers into his ears, and he spit, and touched his tongue;

31ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।

32ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।

33ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,

34ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍‌ପଥଃ,” ଅର୍ଥାତ୍‍ “ଫିଟିଯା।”

35ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.